ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତାକାଲିଠୁ କଟକ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ବୁଧବାରଠୁ କଟକ ଜିଲ୍ଲାରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ । ଏ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି । କଟକ ସହର ମଧ୍ଯରେ ଧର୍ମାନୁଷ୍ଠାନ ଖୋଲିବ କି ନାହିଁ ସିଏମସି ନିଷ୍ପତ୍ତି ନେବ । କୋଭିଡ ଗାଇଡଲାଇନକୁ ମଧ୍ଯ କଡ଼ାକଡ଼ି ପାଳନ କରାଯିବ। କରୋନା ସଂକ୍ରମଣ ଯୋଗୁଁ ଗତ ମେ’ ମାସରୁ ରାଜ୍ୟରେ ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା ।

ତେବେ ଅଗଷ୍ଟ ମାସର ଗାଇଡ୍ ଲାଇନ୍ ଅନୁଯାୟୀ ରାଜ୍ୟରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ଜିଲ୍ଲା ପ୍ରଶାସନ ଉପରେ ଦାୟିତ୍ବ ଛାଡିଥିଲେ ସରକାର । ସେହି ଅନୁସାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଧର୍ମାନୁଷ୍ଠାନ ଖୋଲାଯାଉଛି । ଶ୍ରଦ୍ଧାଳୁଙ୍କ ପାଇଁ ଚର୍ଚ୍ଚିକା, ଭଟ୍ଟାରିକା, ଧବଳେଶ୍ଵର ଆଦି ମନ୍ଦିର ଖୋଲିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

 

Leave A Reply

Your email address will not be published.