ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜିଠୁ ଅମରନାଥ ଯାତ୍ରା, କାଲି ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ

ଶ୍ରୀନଗର: ଆଜିଠୁ ଅମରନାଥ ଯାତ୍ରା । ବେସ୍ କ୍ୟାମ୍ପରୁ ବାହାରିଲେ ଶ୍ରଦ୍ଧାଳୁ । କାଲିଠୁ ଗୁମ୍ଫା ଭିତରେ ଦିବ୍ୟ ଦର୍ଶନ ଦେବେ ଦେବ ଦେବ ମହାଦେବ । ବରଫ ଲିଙ୍ଗ ଦର୍ଶନ ପାଇଁ ବିଭିନ୍ନ ବେସ୍ କ୍ୟାମ୍ପରେ ହଜାର ହଜାର ଶ୍ରଦ୍ଧାଳୁ ପହଞ୍ଚିଥିବା ବେଳେ ଆଜି ପ୍ରଥମ ବ୍ୟାଚ୍ ଅମରନାଥ ଅଭିମୁଖେ ଯାତ୍ରା ଆରମ୍ଭ କରିଛି । ବୋଲ ବମ୍, ହର ହର ବମ୍ ନାରା ଦେଇ ଅମରନାଥ ପୀଠ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ଶ୍ରଦ୍ଧାଳୁ । ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ଜାମ୍ମୁରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସହର ସାରା ସୁରକ୍ଷାକର୍ମୀମାନେ ଅସ୍ଥାୟୀ କ୍ୟାମ୍ପ କରି ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିଛନ୍ତି । ଡ୍ରୋନ, ଡଗ୍ ଓ ବମ୍ ସ୍କ୍ବାଡ ଯୋଗେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି ।

ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ସୁଗମ ଯାତ୍ରା ପାଇଁ ବିଭିନ୍ନ ସ୍ଥାନରେ ସେନା ଓ ଜିଲ୍ଲା ପ୍ରଶାସନର କ୍ୟାମ୍ପ କରାଯାଇଛି । ଏହାଛଡ଼ା ଅମରନାଥ ଯାତ୍ରୀଙ୍କ ପାଇଁ ତତ୍କାଳ ରେଜିଷ୍ଟ୍ରେସନ ବ୍ୟବସ୍ଥା କରିଛି ପ୍ରଶାସନ । ବୈଷ୍ଣବୀ ଧାମ, ମହାଜନ ସଭା, ପଞ୍ଚାୟତ ଘର, ଗୀତା ଭବନ ଓ ରାମ ମନ୍ଦିରରେ ସାଧୁସନ୍ଥଙ୍କ ତତ୍କାଳ ରେଜିଷ୍ଟ୍ରେସନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅମରନାଥ ଯାତ୍ରୀଙ୍କୁ ରାସ୍ତାରେ ଖାଦ୍ୟ, ପାନୀୟ, ଶୀତବସ୍ତ୍ର ଆଦି ସାହାଯ୍ୟ ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଏବେସୁଦ୍ଧା ପ୍ରାୟ ୩ଲକ୍ଷ ଶ୍ରଦ୍ଧାଳୁ ଅନଲାଇନ ଯୋଗେ ପଞ୍ଜିକରଣ କରାଇଥିବା ଜାମ୍ମୁ ପ୍ରଶାସନ ସୂଚନା ଦେଇଛି । ଜୁଲାଇ ୧ରୁ ଅଗଷ୍ଟ ୩୧ଯାଏଁ ଚାଲିବ ଅମରନାଥ ଯାତ୍ରା ।

Leave A Reply

Your email address will not be published.