ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଞ୍ଚାୟତ ନିର୍ବାଚନ ସମୟରେ ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ପରିବାରକୁ ମିଳିବ ୩୦ଲକ୍ଷ ଟଙ୍କା

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି। ରାଜ୍ୟରେ ପାଞ୍ଚଟି ପର୍ଯ୍ଯାୟରେ ଅନୁଷ୍ଠିତ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ମଧ୍ୟ ଆରମ୍ଭ ହୋଇସାରିଛି । ପଞ୍ଚାପତ ନିର୍ବାଚନ ସୁରୁଖୁରୁରେ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିଛି ରାଜ୍ୟ ନିର୍ବାଚନ ଆୟୋଗ । ନିର୍ବାଚନ ଲାଗି ଜିଲ୍ଲାଗୁଡ଼ିକୁ ବାଲଟ ପେପର ପଠାଯିବା ଆରମ୍ଭ ହୋଇଛି । ଗତକାଲି ପ୍ରଥମ ଦିନର ନାମାଙ୍କନ ପତ୍ର ଦାଖଲ ସରିଥିବାବେଳେ ୧୦ଟି ଜିଲ୍ଲାକୁ ଓ୍ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟଙ୍କ ଅକ୍ଷର ଅନୁସାରେ ବାଲଟ ପେପର ପଠାଯାଇଛି। । ପଞ୍ଚାୟତ ନିର୍ବାଚନ ଠିକ୍ ଭାବରେ କରିବା ପାଇଁ ବହୁ ସଂଖ୍ୟାରେ ସରକାରୀ କର୍ମଚାରୀ ନିୟୋଜିତ ହେବେ । ତେବେ ଚଳିତ ପଞ୍ଚାୟତ ନିର୍ବାଚନରେ ଡ୍ୟୁଟି କରିବା ପାଇଁ ଯାଉଥିବା ସମସ୍ତ କର୍ମଚାରୀଙ୍କ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ।

ପଞ୍ଚାୟତ ନିର୍ବାଚନ ସମୟରେ ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ପରିବାରକୁ ମିଳିବ ୩୦ଲକ୍ଷ ଟଙ୍କା । ସେହିପରି ହିଂସାକାଣ୍ଡ, ବିସ୍ଫୋରଣ ବା ଆତଙ୍କବାଦୀ ଆକ୍ରମଣଜନିତ ମୃତ୍ୟୁରେ ମିଳିବ କ୍ଷତିପୂରଣ । ଅନ୍ୟ କୌଣସି କାରଣରୁ ମୃତ୍ୟୁ ହେଲେ ମଧ୍ୟ ପରିବାରକୁ ୧୫ ଲକ୍ଷ ଟଙ୍କା ମିଳିବ । ଆକ୍ରମଣରେ ସମ୍ପୂର୍ଣ୍ଣ ବିକଳାଙ୍ଗ ହେଲେ ମଧ୍ୟ ମିଳିବ ୧୫ ଲକ୍ଷ ଟଙ୍କାର ସହାୟତା । ସେହିପରି ଦୁର୍ଘଟଣାରେ ବିକଳାଙ୍ଗ ହେଲେ ମିଳିବ ୭ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ମିଳିବ । ଦୁର୍ଘଟଣାରେ ଗୁରୁତର ଆହତ ହେଲେ ସର୍ବାଧିକ ୨ଲକ୍ଷ ପର୍ୟ୍ୟନ୍ତ ସହାୟତା ଦିଆଯିବ । ଏଥିସହ ନିର୍ବାଚନ ଡ୍ୟୁଟି ସମୟରେ କୋଭିଡ-୧୯ରେ ମୃତ୍ୟୁ ହେଲେ ୩୦ ଲକ୍ଷ ଟଙ୍କାର ସହାୟତା ମିଳିବ । ସେହିପରି ଡ୍ୟୁଟିରେ ଯଦି କୋଭିଡ-୧୯ରେ ସଂକ୍ରମିତ ହେବେ ତେବେ ମାଗଣାରେ ଚିକିତ୍ସା କରାଯିବ ।

 

Leave A Reply

Your email address will not be published.