ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାରୁ ତୀର୍ଥଯାତ୍ରାରେ ଗଲେ ଆଉ ୧୦୦୦ ବରିଷ୍ଠ ନାଗରିକ

ସମ୍ବଲପୁର: ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ପାଇଁ ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଆଜି ସମ୍ବଲପୁର ରେଳଷ୍ଟେସନରୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜମେର ପୁଷ୍କରକୁ ତୀର୍ଥଯାତ୍ରା କରିବେ ବଶିଷ୍ଠ ନାଗରିକ। ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାର ମୋଟ ୧୦୦୦ ଜଣ ଆଜି ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି ଯୋଜନାରେ ମାଗଣା ଖାଇବା, ରହିବା, ଔଷଧ ସମେତ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।

 

Leave A Reply

Your email address will not be published.