ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୦୭୦ ଜଣ କରୋନା ପଜିଟିଭ୍

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ରାଜ୍ୟରେ ତଳ ମୁହାଁ ହେଉଛି କରୋନା ସଂକ୍ରମଣ ଗ୍ରାଫ୍‌ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୦୭୦ ଜଣ କରୋନା ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୫ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୭୫ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୯ ହଜାର ୯୨୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୪୯ ହଜାର ୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୭୪୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୨୩ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୮୬୧ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.