ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୨୫ ଜଣ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୨୫ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୪୬୦୬ କୁ ବୃଦ୍ଧି ପାଇଥିବା ବେଳେ ୧୦୪୪୪୪୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୧୬୫୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Leave a comment