ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍, ଆଜି ଚିହ୍ନଟ ହେଲେ ଆଉ ୨୫୧ ଜଣ କୋଭିଡ଼ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ତିନି ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୮୬୭ କୁ ବୃଦ୍ଧି ପାଇଥିବା ବେଳେ ୧୨୭୨୯୨୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୮୨୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Leave A Reply

Your email address will not be published.