ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଚିହ୍ନଟ ହେଲେ ଆଉ ୪୦ କୋଭିଡ଼ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହ୍ରାସ ପାଇଛି। ୧ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୯୩କୁ ବୃଦ୍ଧି ପାଇଥିବା ବେଳେ ୧୨୭୭୪୨୪ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୬୦୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Leave A Reply

Your email address will not be published.