ଫିକା ପଡିବ ପାର୍ବଣ : ଆସନ୍ତା ୧୦ରେ ଆଉ ଏକ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । କ୍ରମେ ଏହା ଘନୀଭୂତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୧୪ ଓ ୧୫ ତାରିଖ ବେଳକୁ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗକୁ ଅତିକ୍ରମ କରିବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।
A #LowPressureArea is very likely to form over #north #Andaman Sea around #10th of October, 2021. It is likely to #become more #marked and move #west #northwestwards towards south #Odisha & north Coastal Andhra Pradesh coast during subsequent 4-#5days pic.twitter.com/SSnGA9hp8g
— Meteorological Centre, Bhubaneswar (@mcbbsr) October 6, 2021
ଅନ୍ୟପଟେ ଆଜିଠାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ପଶ୍ଚିମ ରାଜସ୍ଥାନ ଓ ସଂଲଗ୍ନ ଗୁଜରାଟରୁ ଦକ୍ଷିଣପଶ୍ଚିମ ମୌସୁମୀବାୟୁ ବିଦାୟ ନେଇଛି । ଏହାସହ ପଶ୍ଚିମବଙ୍ଗ ଓ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ।
#Southwest #Monsoon has #withdrawn from some parts of #west #Rajasthan and some parts of adjoining #Gujarat today, the #06th October, 2021. pic.twitter.com/dvPoltK2ow
— Meteorological Centre, Bhubaneswar (@mcbbsr) October 6, 2021
ଏଥି ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ୮ ତାରିଖରୁ ୯ ତାରିଖ ସକାଳ ଯାଏଁ ବର୍ଷା ଘଡ଼ଘଡ଼ି ନେଇ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।
#Warning for Day-1 & Day-3
No warning for Day-2, Day-4 & Day-5 pic.twitter.com/t6zBCKbXDl— Meteorological Centre, Bhubaneswar (@mcbbsr) October 6, 2021