ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସୁଛି ଆଉ ଏକ ଲଘୁଚାପ, ୧୮ରୁ ପୁଣି ବର୍ଷା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ଯାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦେଇଛି।  ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

୧୮ , ୧୯ ଓ ୨୦ ତାରିଖ ପାଇଁ ରାଜ୍ଯର ବିଭିନ୍ନ ଜିଲ୍ଲାରେ ବର୍ଷା  ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ୧୮ ତାରିଖ ପାଇଁ ୭ ଜିଲ୍ଲାକୁ ବର୍ଷା  ଓ ବଜ୍ରପାତ ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ।

୧୯ ତାରିଖ ପାଇଁ  ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ।

୨୦ ତାରିଖ ପାଇଁ ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁୃ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡିକ ହେଲା ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ ଓ ରାୟଗଡ଼ା।

Leave A Reply

Your email address will not be published.