ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ। ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ଏହାରି ପ୍ରଭାବରେ ପୁଣି ରାଜ୍ୟରେ ବଡ଼ ବର୍ଷା ହେବାର ସମ୍ଭାବନା ରହିଛି। ସକ୍ରିୟ ମୌସମୀ ଟ୍ରପଲାଇନ ପ୍ରଭାବରେ ବର୍ଷାର ପରିମାଣ ବଢି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୨୩, ୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା ରହିଛି। ଉପକୂଳ, ଆଭ୍ଯନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏ ନେଇ ସତର୍କତା ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

୨୪ ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହଣ୍ଡି, କନ୍ଧମାଳ ଓ ରାୟଗଡ଼ାକୁ ବଜ୍ରପାତ ନେଇ ସତର୍କ ସୂଚନା କରାଯାଇଛି। ସେହିପରି ୨୫ରେ ବଜ୍ରପାତ ଜନିତ ବର୍ଷା ନେଇ ୧୪ ଜିଲ୍ଲାକୁ ସତର୍କ କରାଯାଇଛି।

Leave a comment