ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ : ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ସିଡିଏସ ବିପିନ ରାୱତ

ନୂଆଦିଲ୍ଲୀ: ତାମିଲନାଡୁର କୁନ୍ନୁରରେ ସେନାର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ସବୁଠାରୁ ବଡ଼ କଥା ହେଉଛି ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ଥିଲେ । ଭାରତୀୟ ବାୟୁ ସେନାର MI-17V5 ହେଲିକପ୍ଟରରେ ଲେକ୍ଟର ସିରିଜରେ ଯୋଗ ଦେବାକୁ ଯାଉଥିଲେ ସିଡିଏସ୍ ।  ଘଟଣାସ୍ଥଳରୁ ସିଡିଏସ ବିପିନ ରାୱତଙ୍କୁ ଗୁରୁତର ଅବସ୍ଥାରେ ହସିପିଟାଲକୁ ନିଆଯାଇଛି।

କୁହାଯାଉଛି କି ଖରାପ ପାଗ ଯୋଗୁଁ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଥିଲା । ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ବି ଥିଲେ । ଉଦ୍ଧାର ହୋଇଥିବା ଲୋକଙ୍କୁ ୱିଲିଂଟନ ବେସରେ ଚିକିତ୍ସା କରାଯାଉଛି । ପ୍ରାରମ୍ଭିକ ସୂଚନା ମୁତାବକ ସିଡିଏସ ବିପିନ ରାୱତ ନିଜ ପତ୍ନୀଙ୍କ ସହ ୱିଲିଂଟନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ୱିଲିଂଟନ ଠାରେ ଆର୍ମ ଫୋର୍ସର ଏକ କଲେଜ ରହିଛି । ସେଠାରେ ସିଡିଏସ ବିପିନ ରାୱତ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ । ସେଠାରୁ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିବା ବାଟରେ କୁନ୍ନୁର ଠାରେ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଛି । ହେଲିକପ୍ଟରରେ ସିଡିଏସ ବିପିନ ରାୱତ, ତାଙ୍କ ପତ୍ନୀ ମଧୁଲିକା ରାୱତ, ଏସଏମ. ଭିଏସଏମ, ହରଜିନ୍ଦର ସିଂ,ଏନ.କେ ଗୁରୁସ୍ୱେକା ସିଂ, ଏନ.କେ ଜିତେନ୍ଦ୍ର କୁମାର, ଏଲ.ଏନକେ ବିବେକ କୁମାର,ଏଲ.ଏନକେ.ବି ସାଇ ତେଜା, ଓ ଏଚଏଭି ସତପାଲ ସାମିଲ ଥିଲେ ।

Leave A Reply

Your email address will not be published.