ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

‘ସଚିନ୍‌ ପାଇଲଟ୍‌ ଜଣେ ଗଦ୍ଦାର, ହାଇକମାଣ୍ଡ କେବେ ବି ତାଙ୍କୁ ମୁଖ୍ୟମନ୍ତ୍ରୀ କରିବେ ନାହିଁ’: ଅଶୋକ ଗେହଲଟ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ତାଙ୍କର ପୂର୍ବତନ ଡେପୁଟି ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ଆଜି ବିସ୍ଫୋରକ ରୂପ ନେଇଛି। ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେବା ବେଳେ ଗେହଲଟ ସିଧାସଳଖ ସଚିନ ପାଇଲଟଙ୍କ ଉପରେ ବର୍ଷିଛନ୍ତି । ‘ସଚିନ୍‌ ପାଇଲଟ୍‌ ଜଣେ ଗଦ୍ଦାର, ସେ କେବେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ। ସେ ଦଳକୁ ଧୋକା ଦେଇଛନ୍ତି, ହାଇକମାଣ୍ଡ କେବେ ବି ତାଙ୍କୁ ମୁଖ୍ୟମନ୍ତ୍ରୀ କରିବେ ନାହିଁ..’; ଏମିତି କିଛି କହି ଆଜି ସଚିନ୍‌ ପାଇଲଟ୍‌ଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ।

ଦଳର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ ଗୁଜୁରାଟରେ ପ୍ରଚାର କରିବାକୁ ଆସିଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ଜାତୀୟ ଗଣମାଧ୍ୟମ ସହ ଏକ ସ୍ୱତନ୍ତ୍ର ବାର୍ତ୍ତାଳାପରେ ନିଜ ମନର ଉଦ୍‌ବେଗକୁ ପ୍ରକାଶ କରିଛନ୍ତି। ସେ ପୂର୍ବତନ ଡେପୁଟି ସଚିନ୍ ପାଇଲଟଙ୍କୁ ‘ଦଳଦ୍ରୋହୀ’ ବୋଲି ସମ୍ବୋଧନ କରିଛନ୍ତି।

କିଛି ଦିନ ତଳେ ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ହେବେ ବୋଲି ପ୍ରଚାର ହେବାରୁ ଗେହଲଟଙ୍କ ସପକ୍ଷରେ ଥିବା ୯୦ ବିଧାୟକ ଦଳ ବିରୋଧରେ ବିଦ୍ରୋହ ଘୋଷଣା କରିବେ ବୋଲି ଧମକ ଦେଇଥିଲେ। ଦୁଇ ବର୍ଷ ତଳେ ସଚିନ ପାଇଲଟ ମୁଖ୍ୟମନ୍ତ୍ରୀ ହେବାକୁ ଆଶା କରି ଗେହଲଟଙ୍କ ବିରୋଧରେ କିଛି ବିଧାୟକଙ୍କୁ ଧରି ଦିଲ୍ଲୀରେ ଡେରା ପକାଇଥିଲେ। ଏହି ସବୁ ପ୍ରସଙ୍ଗକୁ ଯୋଡ଼ି ସଚିନଙ୍କ ଉପରେ ଆଜି ବର୍ଷିଛନ୍ତି ଗେହଲଟ। ଏଥିସହ ସଚିନ ପାଇଲଟ କେନ୍ଦ୍ରମନ୍ତ୍ରୀ ଅମିତ ଶାହ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ମିଶି କଂଗ୍ରେସ ସରକାରକୁ ଭାଙ୍ଗିବାକୁ ଚେଷ୍ଟା କରିଥିଲେ ବୋଲି ଗେହଲଟ କହିଛନ୍ତି।

Leave A Reply

Your email address will not be published.