ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାବୁଲର ଏକ ଶିକ୍ଷାନୁଷ୍ଠାନରେ ଆତ୍ମଘାତୀ ବିସ୍ଫୋରଣ; ୧୯ ମୃତ, ୨୮ ଆହତ

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଏକ ଶିକ୍ଷାନୁଷ୍ଠାନରେ ଘଟିଛି ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ। ବିସ୍ଫୋରଣରେ ୧୯ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୨୮ ଜଣ ଲୋକ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ହେଉଥିବା ବେଳେ ଜଣେ ଆତଙ୍କବାଦୀ କାବୁଲରେ ଥିବା ଗୋଟିଏ ଶିକ୍ଷା କେନ୍ଦ୍ର ଭିତରେ ନିଜକୁ ବୋମାରେ ଉଡ଼ାଇ ଦେଇଥିବା ସୂଚନା ମିଳିଛି ।

କାବୁଲର ଶିହା ସଂପ୍ରଦାୟର ଲୋକମାନେ ରହୁଥିବା ଅଞ୍ଚଳରେ ଏପରି ବିସ୍ଫୋରଣ ହୋଇଛି। ଶିହା ସଂପ୍ରଦାୟର ପିଲା ଓ ଲୋକଙ୍କୁ ଟାର୍ଗେଟ କରି ହମଲା କରାଯାଇଥିବା ଆଭ୍ୟନ୍ତରୀଣ ମନ୍ତ୍ରଣାଳୟର ମୁଖପାତ୍ର ଅବଦୁଲ ନାଫୟ ଟାକୋର ଟ୍ୱିଟ କରିଛନ୍ତି। ଏହି ଘଟଣା ପରେ ସୁରକ୍ଷାକର୍ମୀମାନେ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆକ୍ରମଣର କାରଣ ଓ ମୃତ୍ୟୁ ସଂଖ୍ୟା କିଛି ସମୟ ପରେ ସୂଚନା ଦିଆଯିବ ବୋଲି ମୁଖପାତ୍ର କହିଛନ୍ତି।

Leave A Reply

Your email address will not be published.