ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ

ପୁରୀ : ପୁରୀ ରାମମନ୍ଦିର ନିକଟ ସାଲବେଗ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମହିଳା ଓ ଯୁବକଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ଆକ୍ରମଣରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଦୁଇ ଗୁରୁତର ଆହତ ହେଲେ ବି. ମାୟା ରେଡ୍ଡି ଓ ଆର. ମଙ୍ଗୁଳି ରେଡ୍ଡି। ଉଭୟଙ୍କ ବାମ ଓ ଡାହାଣ ହାତରେ  ଗୁରୁତର ଆଘାତ ଲାଗିଛି। ଉଭୟଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।‌ ଘଟଣା ସମ୍ପର୍କରେ ଖବର ପାଇ ସମୁଦ୍ର କୂଳ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.