ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶ୍ରୀମନ୍ଦିରରେ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଆଜି ଚୈତ୍ର ଶୁକ୍ଳ ତୃତୀୟା ତିଥିରେ ଶ୍ରୀମନ୍ଦିରରେ  ଶ୍ରୀଜିଉମାନଙ୍କ ‘ବନକ ଲାଗି’ ବା ‘ଶ୍ରୀମୁଖ ସିଂହାର’ ନୀତି ଅନୁଷ୍ଠିତ ହେବ। ବନକ ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ପରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ଯାଏ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସୂଚନା ଦେଇଛି ।

Leave A Reply

Your email address will not be published.