ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ରତ୍ନସିଂହାସନରେ ବାଙ୍କଚୁଡା ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ମଙ୍ଗଳବାର ପଞ୍ଚୁକର ଦିତୀୟ ଦିନ । ଏହି ଅବସରରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଥାଏ। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଅବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ, ଖୁଣ୍ଟିଆ, ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି।

ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି ।

ଏହି ବେଶର ବିଶେଷତ୍ୱ ଯେ ଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସା ର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ଏକ ଛୋଟ ସ୍ୱର୍ଣ୍ଣ କୀରିଟ ଠାକୁରମାନଙ୍କ କପାଳର ଶୀର୍ଷ ଭାଗରେ ଶୋଭାପାଇଥାଏ। ଲକ୍ଷ୍ମୀନାରାୟଣ ବେଶରେ ଲାଗୁଥିବା ଅଧିକାଂଶ ଅଳଙ୍କାର ଏଥିରେ ବ୍ୟବହୃତ ହୋଇଥାଏ । ଜଗନ୍ନାଥ ଚକ୍ର ଓ ଶଙ୍ଖ ଏବଂ ବଳଭଦ୍ର ହଳମୂଷଳ ଧାରଣ କରନ୍ତି ଏହି ବେଶରେ ସୁଭଦ୍ରାଙ୍କ ଆଭୂଷଣ ପରିବର୍ତ୍ତନ ହୁଏନାହିଁ । ମାତ୍ର ତାଙ୍କର ମସ୍ତକ ସୂବର୍ଣ୍ଣ କିଆରେ ଶୋଭିତ ହୁଏ। ତେବେ ସୋମବାର ଶ୍ରୀମନ୍ଦିର ଏସଓପି ଅନୁଯାୟୀ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ତେବେ ଆଜି ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲା ରହିଛି।

Leave A Reply

Your email address will not be published.