ବିଶିଷ୍ଟ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀ ୨୦୨୨ ବର୍ଷ ପାଇଁ ପାଇବେ ଧର୍ମପଦ ପୁରସ୍କାର

ଭୁବନେଶ୍ବର : ଓଡିଶା ଲଳିତ କଳା ଏକାଡେମୀ ଏବଂ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୨୨ ପାଇଁ ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ଓ ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ନାମ ଘୋଷିତ ହୋଇଛି। ୨୦୨୨ ମସିହା ପାଇଁ ସମ୍ମାନଜନକ ଧର୍ମପଦ ପୁରସ୍କାର ନିମନ୍ତେ ୯୪ବର୍ଷ ବୟସ୍କ ବିଶିଷ୍ଟ ଚିତ୍ରଶିଳ୍ପୀ ବଂଶୀଧର ପ୍ରତିହାରୀଙ୍କୁ ଚୟନ କରାଯାଇଛି ।
ଆଜି ଓଡ଼ିଶା ଲଳିତ କଳା ଏକାଡ଼େମୀ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ବିଶିଷ୍ଟ ଭାସ୍କର୍ଯ୍ୟ ଓ ଚିତ୍ରଶିଳ୍ପୀ ବ୍ରଜବନ୍ଧୁ ମିଶ୍ର, ବିଶିଷ୍ଟ ତାଳପତ୍ର ଚିତ୍ରଶିଳ୍ପୀ ଲକ୍ଷ୍ମୀଧର ସୁବୁଦ୍ଧି, ବିଶିଷ୍ଟ ପାରମ୍ପରିକ ପଟ୍ଟଚିତ୍ର ଶିଳ୍ପୀ ଭ୍ରମରବର ନାୟକ, ଚିତ୍ରଶିଳ୍ପୀ ରମେଶ କୁମାର ବେହେରା ଓ ବିଶିଷ୍ଟ ପ୍ରସ୍ତର ଶିଳ୍ପୀ କେଶବ ଚନ୍ଦ୍ର ମହାରଣା ପ୍ରମୁଖଙ୍କୁ ଶିଳ୍ପୀ ସମ୍ବର୍ଦ୍ଧନା ସମ୍ମାନରେ ସମ୍ମାନିତ କରାଯିବ। ଆସନ୍ତା ୬ ତାରିଖ ସୋମବାର ପୂର୍ବାହ୍ମ୧୧ ଘଟିକା ସମୟରେ ଭୁବନେଶ୍ବର ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର ଉତ୍ସବରେ ପୁରସ୍କାର ପ୍ରଦାନ କରାଯିବ ଓ ସମ୍ବର୍ଦ୍ଧନା ଦିଆଯିବ ବୋଲି ସୂଚନା ଦିଆଯାଇଛି।