ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ଯୁବତୀଙ୍କୁ ଛୁରା ମାଡ଼ କରି ଲୁଟ୍ ଉଦ୍ୟମ, ସିସିଟିଭିରେ କଏଦ ହେଲା ସମ୍ପୂର୍ଣ୍ଣ ଦୃଶ୍ୟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରସ୍ଥିତ ନୟାପଲ୍ଲୀ ଭିଆଇପି କଲୋନୀରେ ମାତିଲେ ଲୁଟେରା। ପରିବା ଆଣିବାକୁ ଯାଉଥିବା ବେଳେ ଜଣେ ମହିଳାଙ୍କୁ ଆକ୍ରମଣ କରି ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ । ମହିଳାଙ୍କ ବେକକୁ ଧାରୁଆ ଅସ୍ତ୍ରରେ କାଟି ଦେଇଛନ୍ତି । ଏ ସମସ୍ତ ଲାଇଭ୍ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।

ସୂଚନା ଅନୁଯାୟୀ, ମହିଳା ଜଣକ ପରିବା ଆଣିବା ପାଇଁ ଯାଉଥିବା ସମୟରେ ଜଣେ ଦୁର୍ବୃତ୍ତ ତାଙ୍କୁ ଏକୁଟିଆ ଦେଖି ଲୁଟ୍ ଉଦ୍ୟମ କରିଥିଲା । ଧାରୁଆ ଛୁରୀରେ ଆକ୍ରମଣ କରି ଲୁଟ କରିବା ପାଇଁ ଚେଷ୍ଟା କରିଥିଲା । ସେପଟେ ମହିଳା ଜଣଙ୍କ ଗୁରୁତର ଅବସ୍ଥାରେ ନୟାପଲ୍ଲୀର ଉସ୍ତି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଖବରା ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.