ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁଖ୍ଯମନ୍ତ୍ରୀଙ୍କୁ ସାକ୍ଷାତ କଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଭୁବନେଶ୍ବର: ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି।  ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ସୌରଭ। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ବେଳେ ଗାଙ୍ଗୁଲି ନବୀନଙ୍କୁ ଭେଟିଛନ୍ତି । ଉଭୟ ମଧ୍ୟ ସନ୍ଧ୍ୟାରେ ବାରବାଟୀ ଷ୍ଟାଡିୟମରେ ମ୍ୟାଚ ଦେଖିବେ। ତେବେ ଏହା ପୂର୍ବରୁ ଉଭୟ ପରସ୍ପରକୁ ସାକ୍ଷାତ କରିଛନ୍ତି । ସୌରଭ ଗାଙ୍ଗୁଲିଙ୍କୁ ଓଡ଼ିଶା ଲେଖାଥିବା ଜର୍ସି ଉପହାର ଦେଇଛନ୍ତି ନବୀନ ପଟ୍ଟନାୟକ। ଏହି ସୌଜନ୍ୟମୂଳକ ସାକ୍ଷାତ ସମୟରେ ୫ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ।


ସୂଚନା ଅନୁଯାୟୀ, ଆଜି ବାରବାଟୀରେ ହେବାକୁ ଥିବା ଦ୍ୱିତୀୟ ଟି-୨୦ ମ୍ୟାଚକୁ ଘଣ୍ଟି ବଜାଇ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Leave A Reply

Your email address will not be published.