ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ, ମେ ୧ରୁ ଜୁଲାଇ ୩୧ ଭିତରକନିକା ବନ୍ଦ

ରାଜନଗର: ସରୀସୃପଙ୍କ ନନ୍ଦନକାନନ ବିଶ୍ୱ ପ୍ରସିଦ୍ଧ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ମେ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୀର୍ଘ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ ଓ ପ୍ରବେଶ ବନ୍ଦ ରହିବ। ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧିଥାନ୍ତି। ନଦୀ କୂଳଠାରୁ ଜୁଆର ଛୁଇଁ ପାରୁ ନ ଥିବା ନିରାପଦ ସ୍ଥାନରେ ଏମାନେ ବସା ବାନ୍ଧି ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧା ଦେଖାଦେଲେ ଆକ୍ରମଣ କରିବାକୁ ପଛାଇ ନ ଥାନ୍ତି। ଏହାକୁ ଦୃଷ୍ଟିରେ ରଖି ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ଭ୍ରମଣ ପାଇଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିବା ରାଜନଗର ଡିଏଫଓ ସୁଦର୍ଶନ ଗୋପିନାଥ ଯାଦବ ସୂଚନା ଦେଇଛନ୍ତି।

Leave A Reply

Your email address will not be published.