ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦୀର୍ଘ ୩ ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆଜି ଠାରୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ତିନି ମାସ ଧରି ବନ୍ଦ ରହି ଥିଲା ଭିତରକନିକା ଜାତୀୟ ଉଦ୍ୟାନ। ଏପ୍ରିଲ ୩୦ ତାରିଖରୁ ଜୁଲାଇ ୩୧ତାରିଖ ଯାଏଁ କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଥିଲା। ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ୩ ମାସ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରଖାଯାଇଥିଲା।

ସୂଚନା ଅନୁଯାୟୀ, ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧିଥାନ୍ତି। ନଦୀ କୂଳଠାରୁ ଜୁଆର ଛୁଇଁ ପାରୁ ନ ଥିବା ନିରାପଦ ସ୍ଥାନରେ ଏମାନେ ବସା ବାନ୍ଧି ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧା ଦେଖାଦେଲେ ଆକ୍ରମଣ କରିବାକୁ ପଛାଇ ନ ଥାନ୍ତି। ଏହାକୁ ଦୃଷ୍ଟିରେ ରଖି ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ଭ୍ରମଣ ପାଇଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିଲା।

Leave A Reply

Your email address will not be published.