ଭେଟେରାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ

Deviprasad Mohanty Picture
Published On

ନୂଆଦିଲ୍ଲୀ: ବଲିଉଡ୍‌ ଜଣେ ଆଇକନିକ୍‌ ତାରକାଙ୍କୁ ହରାଇଛି। ଭେଟେରାନ୍ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ ଘଟିଛି। ୮୯ ବର୍ଷ ବୟସରେ ମୁମ୍ବାଇ ଘରେ ଆଖି ବୁଜିଛନ୍ତି ଧର୍ମେନ୍ଦ୍ର। ସେ ୬ ଦଶନ୍ଧିର ଫିଲ୍ମ କ୍ୟାରିଅରରେ ୩ ଶହରୁ ଊର୍ଦ୍ଧ୍ବ ସିନେମାରେ ଅଭିନୟ କରିଛନ୍ତି।  ବ୍ରିଚ୍‌ କାଣ୍ଡି ହସ୍ପିଟାଲରୁ ଫେରିବା ପରଠାରୁ ଲାଇଫ୍‌ ସପୋର୍ଟରେ ଥିଲେ। ଗତ କିଛି ଦିନ ଧରି ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ଖବର ପ୍ରଚାର ହେଉଥିଲା, କିନ୍ତୁ ବର୍ତ୍ତମାନ ତାଙ୍କର ଦେହାନ୍ତ ନିଶ୍ଚିତ ହୋଇଛି।

ଆହୁରି ପଢ଼ନ୍ତୁ: ଆଉ କିଛି ସମୟ ପରେ ଆରମ୍ଭ ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତିମଣତି କାର୍ଯ୍ୟ, ମାହେନ୍ଦ୍ର ବେଳାରେ ଖୋଲିବ ସିନ୍ଦୁକ

୧୯୬୦ରେ ଦିଲ ଭି ତେରା ହମ ଭି ତେରା ଫିଲ୍ମ ମାଧ୍ୟମରେ ଧର୍ମେନ୍ଦ୍ର ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରେ ଅନପଢ଼, ବନ୍ଦିନୀ, ଅନୂପମା ଓ ଆୟା ସାୱନ ଝୁମ କେ ମାଧ୍ୟମରେ ସେ ବଲିଉଡରେ ନିଜର ଏକ ସ୍ୱତନ୍ତ୍ର ଛାପ ଛାଡ଼ିଥିଲେ। ସେ ରେକର୍ଡ ବ୍ରେକିଂ ଶୋଲେ, ଧରମବୀର, ଚୁପକେ ଚୁପକେ, ମେରା ଗାଁଓ ମେରା ଦେଶ ଓ ଡ୍ରିମ ଗାର୍ଲ ପରି ସୁପରହିଟ ଫିଲ୍ମ ଦର୍ଶକଙ୍କୁ ଭେଟିଥିଲେ।

ଆହୁରି ପଢ଼ନ୍ତୁ: ଏପ୍ରିଲ ୮ ତାରିଖରୁ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ

ତାଙ୍କୁ ଶେଷଥର ପାଇଁ ବାତୋଁ ମେଁ ଏସା ଉଲଝା ଜିୟାରେ ଦେଖିବାକୁ ମିଳିଥିଲା। ଏଥିରେ ଶାହିଦ କପୁର ଓ କୃତି ସାନନ ପ୍ରମୁଖ ଅଭିନୟ କରିଥିଲେ। ନିକଟରେ ତାଙ୍କର ଆଗାମୀ ଫିଲ୍ମ ଏକ୍କିସର ଟ୍ରେଲର ରିଲିଜ ହୋଇଛି। ଏଥିରେ ଧର୍ମେନ୍ଦ୍ରଙ୍କ ଭୂମିକାକୁ ବେଶ ପସନ୍ଦ କରାଯାଉଛି। ଫିଲ୍ମଟି ଡିସେମ୍ବର ୨୫ରେ ରିଲିଜ ହେବ।

ଆହୁରି ପଢ଼ନ୍ତୁ: ଅଯୋଧ୍ୟା ରାମ ମନ୍ଦିରରେ ଭବ୍ୟ ରାମ ନବମୀ ପାଳିତ: ରାମଲଲାଙ୍କ ମସ୍ତକରେ ଶୋଭା ପାଇଲା 'ସୂର୍ଯ୍ୟ ତିଳକ'

24 Nov 2025 By Deviprasad Mohanty

ଭେଟେରାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ

ନୂଆଦିଲ୍ଲୀ: ବଲିଉଡ୍‌ ଜଣେ ଆଇକନିକ୍‌ ତାରକାଙ୍କୁ ହରାଇଛି। ଭେଟେରାନ୍ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ ଘଟିଛି। ୮୯ ବର୍ଷ ବୟସରେ ମୁମ୍ବାଇ ଘରେ ଆଖି ବୁଜିଛନ୍ତି ଧର୍ମେନ୍ଦ୍ର। ସେ ୬ ଦଶନ୍ଧିର ଫିଲ୍ମ କ୍ୟାରିଅରରେ ୩ ଶହରୁ ଊର୍ଦ୍ଧ୍ବ ସିନେମାରେ ଅଭିନୟ କରିଛନ୍ତି।  ବ୍ରିଚ୍‌ କାଣ୍ଡି ହସ୍ପିଟାଲରୁ ଫେରିବା ପରଠାରୁ ଲାଇଫ୍‌ ସପୋର୍ଟରେ ଥିଲେ। ଗତ କିଛି ଦିନ ଧରି ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ଖବର ପ୍ରଚାର ହେଉଥିଲା, କିନ୍ତୁ ବର୍ତ୍ତମାନ ତାଙ୍କର ଦେହାନ୍ତ ନିଶ୍ଚିତ ହୋଇଛି।

୧୯୬୦ରେ ଦିଲ ଭି ତେରା ହମ ଭି ତେରା ଫିଲ୍ମ ମାଧ୍ୟମରେ ଧର୍ମେନ୍ଦ୍ର ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ଏହା ପରେ ଅନପଢ଼, ବନ୍ଦିନୀ, ଅନୂପମା ଓ ଆୟା ସାୱନ ଝୁମ କେ ମାଧ୍ୟମରେ ସେ ବଲିଉଡରେ ନିଜର ଏକ ସ୍ୱତନ୍ତ୍ର ଛାପ ଛାଡ଼ିଥିଲେ। ସେ ରେକର୍ଡ ବ୍ରେକିଂ ଶୋଲେ, ଧରମବୀର, ଚୁପକେ ଚୁପକେ, ମେରା ଗାଁଓ ମେରା ଦେଶ ଓ ଡ୍ରିମ ଗାର୍ଲ ପରି ସୁପରହିଟ ଫିଲ୍ମ ଦର୍ଶକଙ୍କୁ ଭେଟିଥିଲେ।

ତାଙ୍କୁ ଶେଷଥର ପାଇଁ ବାତୋଁ ମେଁ ଏସା ଉଲଝା ଜିୟାରେ ଦେଖିବାକୁ ମିଳିଥିଲା। ଏଥିରେ ଶାହିଦ କପୁର ଓ କୃତି ସାନନ ପ୍ରମୁଖ ଅଭିନୟ କରିଥିଲେ। ନିକଟରେ ତାଙ୍କର ଆଗାମୀ ଫିଲ୍ମ ଏକ୍କିସର ଟ୍ରେଲର ରିଲିଜ ହୋଇଛି। ଏଥିରେ ଧର୍ମେନ୍ଦ୍ରଙ୍କ ଭୂମିକାକୁ ବେଶ ପସନ୍ଦ କରାଯାଉଛି। ଫିଲ୍ମଟି ଡିସେମ୍ବର ୨୫ରେ ରିଲିଜ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର