ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ, ୨ ମୃତ

କଟକ: ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ । ଚାଲିଗଲା ଦୁଇ ବାଇକ ଆରୋହୀଙ୍କ ଜୀବନ । କଟକ ଜିଲ୍ଲା କାନପୁର ଥାନା ଋଷିପଡା ନିକଟରେ ଘଟିଛି ଏପରି ଏକ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା। ମୃତ ଦୁଇ ଜଣ ଯୁବକ ବଡ଼ମ୍ବା ବେଲିଆପାଳ ଗ୍ରାମର ମୁନା ସାହୁ ଏବଂ ରାକେଶ ପଣ୍ଡା ବୋଲି ଜଣାପଡିଛି । ଖବର ପାଇ କାନପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି ।

ମିଳିଥିବା ସୂଚନା ଅନୁସାରେ, କୌଣସି ବ୍ୟକ୍ତିଗତ କାର୍ଯ୍ୟରେ ଉକ୍ତ ଦୁଇ ଯୁବକ ବାଇକ୍‌ରେ କାନପୁର ଅଭିମୁଖେ ଯାଉଥିଲେ। ଯିବା ବାଟରେ ଋଷିପଡ଼ା ରାସ୍ତାରେ ବାଇକଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ବ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ବାଇକଟି ଭାଙ୍ଗିରୁଜି ଯାଇଥିବା ବେଳେ ଦୁଇଜଣ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତା ପାର୍ଶ୍ବରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ଦୁହିଁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କାନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ।

Leave A Reply

Your email address will not be published.