ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଶ୍ଵ ଧନୀ ତାଲିକାରେ ୭ମ ସ୍ଥାନକୁ ଖସିଲେ ଶିଳ୍ପପତି ଗୌତମ ଆଦାନୀ

ନୂଆଦିଲ୍ଲୀ: ବିଶ୍ଵ ଧନୀ ତାଲିକାରୁ ଖସିଲେ ଦେଶର ଅନ୍ୟତମ ଶିଳ୍ପପତି ଆଦାନୀ । ବହୁ ଚର୍ଚ୍ଚିତ ହିଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ସବୁଠୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ସଂପତ୍ତିର ପରିମାଣ ୨୨.୫ ମିଲିୟନ ଡଲାର ହ୍ରାସ ପାଇଥିବା ଜଣାପଡ଼ିଛି । ଫଳରେ ମାତ୍ର ୨ ଦିନ ଭିତରେ ସେ ବିଶ୍ୱର ଧନୀ ତାଲିକାରେ ୩ ନମ୍ବର ସ୍ଥାନରୁ ୭ ନମ୍ବର ସ୍ଥାନକୁ ଖସି ଆସିଛନ୍ତି ।

ଗତ ସେପ୍ଟେମ୍ବର ୨୦୨୨ରେ ଆଦାନୀ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ଭାବେ ବିବେଚିତ ହୋଇଥିଲେ । ଫୋର୍ବସ ଡାଟା ଅନୁଯାୟୀ ଜାନୁଆରୀ ୨୦୨୩ ସୁଦ୍ଧା ତାଙ୍କ ମୋଟ ସଂପତ୍ତିର ପରିମାଣରେ ଶତକଡ଼ା ୧୯ ଭାଗ ହ୍ରାସ ପାଇଛି । ଆଦାନୀ ଏବେ ଧନୀ ତାଲିକାର ୭ ନମ୍ବର ସ୍ଥାନକୁ ଖସିବା ପରେ ଧନୀ ତାଲିକାରେ ମାଇକ୍ରୋସଫ୍‌ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ତଳକୁ ଖସି ଆସିଛନ୍ତି । ପ୍ରଥମ ଥର ପାଇଁ ଆଦାନୀଙ୍କ ସଂପତ୍ତିରେ ଏଭଳି ବୃହତ୍ ହ୍ରାସ ପାଇଛି । କଂପାନୀର ସେୟାର ମୂଲ୍ୟ ହ୍ରାସ ପାଇବା ପରେ ଏଭଳି ବିପର୍ଯ୍ୟୟ ଘଟିଥିବା କୁହାଯାଉଛି । ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟରେ ଆଦାନୀ ଗ୍ରୁପର ସେୟାର ପ୍ରାଇସରେ ହେରଫେର, ସେଲ୍ କମ୍ପାନୀରେ କାରବାର, ଆକାଉଣ୍ଟରେ ଅନିୟମିତତା ଭଳି ସାଂଘାତିକ ଅଭିଯୋଗ ରହିଛି ।

ପୂର୍ବରୁ ବିଶ୍ୱର ଧନୀ ତାଲିକାରେ ଆଦାନୀ ଦ୍ରୁତ ଗତିରେ ଉପରକୁ ଉଠୁଥିଲେ । ଗତବର୍ଷ ସେପ୍ଟେମ୍ବରରେ ସେ ଏସିଆର ସବୁଠାରୁ ଧନୀ ବ୍ୟକ୍ତିର ମାନ୍ୟତା ପାଇଥିଲେ।ଏପ୍ରିଲରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ତାଙ୍କର ନେଟ ୱର୍ଥ ୧୦୦ ବିଲିୟନ ଡଲାର ଟପିଥିଲା । ପରେ ସେ ବିଲ୍‌ ଗେଟ୍ସଙ୍କୁ ପଛରେ ପକାଇ ୪ର୍ଥ ସ୍ଥାନରେ ରହିବା ପରେ ଅଗଷ୍ଟରେ ୩ୟ ସ୍ଥାନକୁ ଉଠିଥିଲେ ।

Leave A Reply

Your email address will not be published.