ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତଙ୍କୁ ନୂଆ ଦାୟିତ୍ବ , ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନୂଆ ଦାୟିତ୍ବ । ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଶ୍ରୀକାନ୍ତ । ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା(ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ । ଭାରତ ସରକାର ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନିଯୁକ୍ତ କରିଛନ୍ତି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରୀ କରାଯାଇଛି । ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଥିଲେ ।

ସୂଚାନଯୋଗ୍ୟ, ବିନୟ ଶ୍ରୀକାନ୍ତ 2019ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି । ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ 2004 ରୁ 2012 ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି ।

2012ରୁ 2014 ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ । ଏହି ଖବର ପାଇବା ପରେ ତାଙ୍କ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ମନରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଶୁଭେଚ୍ଛାର ସୁଅ ଛୁଟିଛି ।

Leave A Reply

Your email address will not be published.