ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୩୦ଟି ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କଲା ବିଜେଡି, ୬ ନେତାଙ୍କୁ ମିଳିଲା ୩୦ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ବର : ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରେସ ବିଜ୍ଞପ୍ତିରେ ଘୋଷଣା କରିଛନ୍ତି ।

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ । ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଦାୟିତ୍ବ ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଦାୟିତ୍ବରେ ରହିବେ ପ୍ରମିଳା ମଲ୍ଲିକ।


ସେହିପରି ଦେବୀପ୍ରସାଦ ମିଶ୍ରଙ୍କୁ ମିଳିଛି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଦାୟିତ୍ୱ । ମୟୂରଭଞ୍ଜ, କେନ୍ଦୁଝର ସମ୍ଭାଳିବେ ମହେଶ୍ୱର ମହାନ୍ତି । ସେହିପରି ପ୍ରତାପ ଜେନାଙ୍କୁ ମିଳିଛି ସର୍ବାଧିକ ୭ଟି ଜିଲ୍ଲାର ଦାୟିତ୍ୱ। ସେଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ।

Leave A Reply

Your email address will not be published.