ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଦମପୁର ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ; ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ବର୍ଷାଙ୍କ ପାଇଁ ପ୍ରଚାର କରିବେ ୧୦ ମନ୍ତ୍ରୀ

ବରଗଡ:ପଦମପୁର ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ବିଜେଡି ପ୍ରାର୍ଥୀ ବର୍ଷା ବରିହାଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ନମ୍ବର ଷ୍ଟାର ପ୍ରଚାରକ ହେଉଛନ୍ତି ନବୀନ। ମୁଖ୍ୟମନ୍ତ୍ରୀଙ୍କ ସହ ବର୍ଷାଙ୍କ ପାଇଁ ପ୍ରଚାର କରିବେ ବିଜେଡିର ୧୦ ମନ୍ତ୍ରୀ । ସେହିପରି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ନିରଞ୍ଜନ ପୂଜାରୀ, ନବ କିଶୋର ଦାସ, ସମୀର ରଞ୍ଜନ ଦାଶ, ଟୁକୁନି ସାହୁ, ରୀତା ସାହୁ ପ୍ରମୁଖ ମନ୍ତ୍ରୀ ବର୍ଷାଙ୍କ ପାଇଁ ଭୋଟ ମାଗିବେ ।

 

ସେହିପରି ଅଭିନେତା ଅରିନ୍ଦମ ରଏ, କୁନା ତ୍ରିପାଠୀଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି । ତାଲିକାରେ ଅନେକ ତୁଙ୍ଗ ନେତାଙ୍କୁ ମିଶାଇ ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ବିଜେଡି । ଷ୍ଟାର ପ୍ରଚାରକ ତାଲିକାରେ ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ସୁଶାନ୍ତ ସିଂହ, ରାଜେନ୍ଦ୍ର ଢ଼ୋଲକିଆ, ଶ୍ରୀମୟୀ ମିଶ୍ର, ସ୍ନେହାଙ୍ଗିନୀ ଛୁରିଆ,ପ୍ରତାପ ଜେନା, ଡକ୍ଟର ଅରୁଣ ସାହୁ, ରବୀନ୍ଦ୍ର କୁମାର ଜେନା, ସୁଧୀର ସାମଲ, ସାରଦା ନାୟକ, ନବ ଦାସ, ପୁଷ୍ପେନ୍ଦ୍ର ସିଂଦେଓ, କଳି‌କେଶ ନାରାୟଣ ସିଂଦେଓ, ଟୁକୁନି ସାହୁ, ରୀତା ସାହୁ, ମନୋହର ରନ୍ଧାରୀ, ବିଭୂତି ବଳବନ୍ତରାୟ, ଦେବେଶ ଆଚାର୍ଯ୍ୟ, ରମେଶ ମାଝି, ପ୍ରଶାନ୍ତ ମୁଦୁଲି, ଚନ୍ଦ୍ରସାରଥୀ ବେହେରା, ପ୍ରଦୀପ ମାଝି, ବିକ୍ରମ ପଣ୍ଡା, ଅଳକା ମହାନ୍ତି, ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ, ବ୍ରଜ କିଶୋର ପ୍ରଧାନ, ରାଜେନ୍ଦ୍ର କୁମାର ସାହୁ, ଆକାଶ ଦାସ ନାୟକ,  ସତ୍ୟବ୍ରତ ତ୍ରିପାଠୀଙ୍କ ସମେତ ମୋଟ ୪୦ଜଣଙ୍କୁ ସାମିଲ କରାଯାଇଛି ।

Leave A Reply

Your email address will not be published.