ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ଟିମ୍‌ ପ୍ରସ୍ତୁତ, ଗଡ଼ ସମ୍ଭାଳିବେ ବିଧାୟକ ଓ ଛାମୁଆ ସଙ୍ଗଠନର ନେତା

ବ୍ରଜରାଜନଗର: ବିଜେଡିର ବ୍ରଜରାଜନଗର ଟିମ୍‌ । ମନ୍ତ୍ରୀ ଓ ବିଧାୟକଙ୍କୁ ଉପନିର୍ବାଚନ ପାଇଁ ଦାୟିତ୍ବ ଦେଇଛନ୍ତି ସୁପ୍ରିମୋ । ପଞ୍ଚାୟତ ଓ ପୌରପରିଷଦରେ ସ୍ୱତନ୍ତ୍ର ଭାବରେ ବିଧାୟକ ଓ ମନ୍ତ୍ରୀଙ୍କ ସହ ଛାମୁଆ ସଂଗଠନର କର୍ମକର୍ତ୍ତାଙ୍କୁ ଦାୟିତ୍ବ ଦେଇଛି ଦଳ । ବ୍ରଜରାଜନଗର ଉପନିର୍ବାଚନ ପରିଚାଳନା ପାଇଁ ମନ୍ତ୍ରୀ ନବ ଦାସଙ୍କୁ ଗୁରୁଦାୟିତ୍ବ ଦିଆଯାଇଛି । ଏହା ସହ ଜିଲ୍ଲା ପର୍ଯ୍ୟବେକ୍ଷକ ସୁବାସ ସିଂ, ସହ ପର୍ଯ୍ୟବେକ୍ଷକ ବିଷ୍ଣୁ କେଡ଼ିଆ ରହିଛନ୍ତି । ବ୍ରଜରାଜନଗର ପୌରାଞ୍ଚଳରେ ମନ୍ତ୍ରୀ ପ୍ରତାପ ଜେନା, ଯୋଜନା କମିସନ ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି ।

ବେଲପାହାଡ଼ ପୌରାଞ୍ଚଳ ପାଇଁ ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ଅତନୁ ସବ୍ୟସାଚୀଙ୍କୁ ଦାୟିତ୍ଵ ଦିଆଯାଇଛି । ସେହିପରି ବିଧାୟକ ଚନ୍ଦ୍ର ସାରଥୀ ବେହେରା କଣ୍ଢେଇକେଲା ଓ ରେମତା ଜିପି ଦାୟିତ୍ୱ, ବିଧାୟକ ପ୍ରିତିରଂଜନ ଘଡ଼େଇଙ୍କୁ ଚାରପାଲି ଓ ପିଥିଣ୍ଡା, ବିଧାୟକ ରଜେନ୍ଦ୍ର ଡ଼ୋଲକିଆଙ୍କୁ କନକତୋରା ଓ ବାଦିମାଲ ଜିପି, ପୁଷ୍ପେନ୍ଦ୍ର ସିଂଦେଓଙ୍କୁ ଅତାବିରା ଓ ଭିକମପାଲି ଜିପି, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପଞ୍ଚଗାଁ ଓ ପଲସଦା, ବିଧାୟକ ରୋହିତ ପୂଜାରୀଙ୍କୁ ମଚିଦା ଓ କତରବଗା ଗ୍ରାମପଞ୍ଚାୟତର ଦାୟିତ୍ୱ ଦିଆଯାଇଛି ।

Leave A Reply

Your email address will not be published.