ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଷ୍ଟ୍ରପତି ନିର୍ବାଚନ ପାଇଁ ନବୀନଙ୍କ ସହ କଥା ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ନନ୍ଦିଘୋଷ ବ୍ୟୁରୋ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏସମ୍ପର୍କରେ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଲୋଚନା କରିଛନ୍ତି । ଆଲୋଚନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ କରି ସୂଚନା ଦେଇଛନ୍ତି । ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାନଙ୍କ ସମ୍ପର୍କରେ ଫୋନ୍ ଯୋଗେ କଥା ହୋଇଛନ୍ତି ନଡ୍ଡା । ନାମାଙ୍କନ ସମୟରେ ଉପସ୍ଥିତ ରହିବାକୁ ନବୀନଙ୍କୁ ଅନୁରୋଧ କରିଥିଲେ ।

ଅନୁରୋଧକ୍ରମେ ନବୀନ ପଟ୍ଟନାୟକ ଦୁଇ ମନ୍ତ୍ରୀଙ୍କୁ କାଲି ଦିଲ୍ଲୀ ପଠାଇବେ । ନାମାଙ୍କନ ସମୟରେ ସେମାନେ ମୁର୍ମୁଙ୍କ ସହ ଉପସ୍ଥିତ ରହିବେ । ଆଜି କ୍ୟାବିନେଟ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସରକା ନାମାଙ୍କନ ପତ୍ରରେ ଦସ୍ତଖତ କରିବେ । ଆସନ୍ତାକାଲି ନାମାଙ୍କନ ସମୟରେ ଉପସ୍ଥିତ ରହିବେ । ସୂଚନା ଥାଉକି ଗତକାଲି ନବୀନ ପଟ୍ଟନାୟକ ଏନଡିଏ ପ୍ରାର୍ଥୀ ତଥା ଓଡିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଘୋଷଣା କରିଥିଲା ।

Leave A Reply

Your email address will not be published.