ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଅଞ୍ଚଳରେ ଏକ ସ୍କର୍ପିଓ ଉପରକୁ ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବୋମାମାଡ଼ରେ ଗାଡ଼ିର କିଛି ଅଂଶ ଭାଙ୍ଗି ଯାଇଛି। ହେଲେ ଏଥିରେ କାହାର କିଛି କ୍ଷତି ହୋଇନାହିଁ। ଗତକାଲି ବିଳମ୍ବିତ ରାତିରେ ୪ରୁ ୫ ଜଣ ଦୁର୍ବୃତ୍ତ ଦୁଇଟି ବାଇକରେ ଆସି ବରମୁଣ୍ଡା ଅଞ୍ଚଳରେ ଥିବା ସ୍କର୍ପିଓ ଉପରକୁ ବୋମାମାଡ଼ କରି ଚମ୍ପଟ ମାରିଥିବା ଜଣାଯାଇଛି। ଏନେଇ ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି। ଖଣ୍ଡଗିରି ଥାନା ପୁଲିସ ଗାଡ଼ିକୁ ଜବତ ଘଟଣାର ତଦନ୍ତ କରୁଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ବୋମାମାଡ଼ ହୋଇଥିବା ଜଣାଯାଇଛି।

 

Leave A Reply

Your email address will not be published.