ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବ୍ରଜରାଜନଗର ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡ ଶେଷରେ ୭୬୨୫ ଭୋଟରେ ବିଜେଡି ପ୍ରାର୍ଥୀ ଆଗୁଆ

ବ୍ରଜରାଜନଗର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜାରି ରହିଛି ଭୋଟ ଗଣତି । ଦ୍ୱିତୀୟ ରାଉଣ୍ଡ ଶେଷରେ ୭୬୨୫ ଭୋଟରେ ଆଗୁଆ ଅଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜେଡି ପ୍ରାର୍ଥୀଙ୍କୁ ଦ୍ୱିତୀୟ ରାଉଣ୍ଡରେ ୫,୫୧୫ ଭୋଟ୍ ମିଳିଛି । ସେହିଭଳି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କୁ ୧,୪୭୯ ଭୋଟ୍ ମିଳିଛି । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ୬୮୫ ଭୋଟ୍ ମିଳିଛି ।

ବ୍ରଜରାଜନଗର ଉପନିର୍ବାଚନ ପାଇଁ ମୋଟ ୧୪ଟି ଟେବୁଲରେ ଭୋଟ ଗଣତି ହେଉଛି । ୨୭୯ ବୁଥର ଭୋଟ୍ ୨୦ ରାଉଣ୍ଡରେ କାଉଣ୍ଟିଂ ହେଉଛି । ପ୍ରତି ଟେବୁଲରେ ଅଛନ୍ତି ୪ ଜଣ କାଉଣ୍ଟିଂ ଅଫିସର । ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହିନୀ ସହ ଓଡ଼ିଶା ପୋଲିସର ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.