ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ବିଜେଡି ଘୋଷଣା କରିଛି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା । ଦଳର ଏକ ନମ୍ବର ଷ୍ଟାର କ୍ୟାମ୍ପେନର ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ତେବେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଚାର ମଙ୍ଗ ଧରିବେ ୮ ମନ୍ତ୍ରୀ । ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରଶନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ନାଁ ରହିଛି ।

ପାଳି ପାଳି କରି ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀ ପ୍ରଚାର ମୈଦାନକୁ ଓହ୍ଲାଇ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତିଙ୍କ ପାଇଁ କରିବେ ପ୍ରଚାର । ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ଅରୁଣ କୁମାର ସାହୁ, ସୀମର ରଞ୍ଜନ ଦାସ, ନବ କିଶୋର ଦାସ, ସୁଶାନ୍ତ ସିଂ, ଟୁକୁନି ସାହୁ ଓ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ସାଜିବେ ବିଜେଡିର ବ୍ରଜରାଜନଗର ଷ୍ଟାର କ୍ୟାମ୍ପେନର । ଏହାଛଡ଼ା ପ୍ରଥମ ଥର ପାଇଁ ବିଜେପୁର ବିଧାୟିକା ରୀତା ସାହୁଙ୍କୁ ଦିଆଯାଇଛି କ୍ୟାମ୍ପେନିଂ ଦାୟିତ୍ୱ ।

BJD Star Campaigner

ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ ଦାସବର୍ମା ପ୍ରମୁଖ ଷ୍ଟାର କ୍ୟାମ୍ପେନର ତାଲିକାରେ ଅଛନ୍ତି । ସେହିପରି ସ୍ନେହାଙ୍ଗୀନି ଛୁରିଆ, ଲତିକା ପ୍ରଧାନ, ପ୍ରୀତିରଞ୍ଜନ ଘଡ଼େଇ, ଆକାଶ ଦାସନାୟକ ମୈଦାନକୁ ଓହ୍ଲାଇ ଅଳକାଙ୍କ ପାଇଁ କରିବେ ଭୋଟ୍ ଭିକ୍ଷା ।

Leave a comment