ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ !

ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଭାଲିଆଗଣି ଗାଁରେ । ମୃତକ ହେଲେ ଶlଳକ କୈଳାଶ ନାୟକ । ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭିଣୋଇ ଉଦୟ ନାୟକକୁ କାବୁ କରିବା ସହ ଦେଶି ବନ୍ଧୁକ ଜବତ କରି ତଦନ୍ତ କରୁଛି ।

ସୂଚନା ଅନୁସାରେ, ଗତକାଲି ଅପରାହ୍ନରେ ଶାଳକ କୈଳାଶ କାଠ ଆଣିବାକୁ ଜଙ୍ଗଲକୁ ଯାଇଥିଲେ । ଏହି ସମୟରେ ଭିଣୋଇ ଉଦୟ ନିଜ ଦେଶି ବନ୍ଧୁକରେ କୈଳାଶଙ୍କୁ ଗୁଳି କରିଥିଲା । କୈଳାଶଙ୍କ ଛାତିରେ ୨ ରାଉଣ୍ଡ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.