ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ବୀଭତ୍ସ ହତ୍ୟା : ବାପାକୁ ଛୁରୀରେ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ବର : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ। ପାରିବାରିକ କଳହ ଯୋଗୁଁ ଜନ୍ମ କଲା ପୁଅ ପିଶାଚ ସାଜି ନିଜ ବୃଦ୍ଧ ବାପାକୁ ହତ୍ୟା କରିବାକୁ ପଛାଇନାହିଁ। ଏଭଳି ଘଟଣା ମଞ୍ଚେଶ୍ୱର ଥାନା ଅଞ୍ଚଳ ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ଘଟିଛି। ଉଚ୍ଚଶିକ୍ଷିତ ପୁଅ ତାର ବାପାକୁ ଅତି ନିର୍ମମ ଭାବେ ଛୁରୀ ଭୁସି ହତ୍ୟା କରିଛି। ମୃତକ ହେଉଛନ୍ତି ସୁନୀଲ ଚୌଧୁରୀ ।

ମିଳିଥିବା ସୂଚନା ମୁତାବକ ମୃତକ ସୁନୀଲ ଚୌଧୁରୀ ନାଲକୋରେ ଜଣେ ଅବସରପ୍ରାପ୍ତ ଉଚ୍ଚ ପଦସ୍ଥ ଅଧିକାରୀ ଥିଲେ। ତାଙ୍କ ପୁଅ ଅନିରୁଦ୍ଧ ଚୌଧୁରୀ ମଧ୍ୟ ଉଚ୍ଚଶିକ୍ଷିତ, ସେ ଏକ ଘରୋଇ ଲ’ କଲେଜରେ ଜଣେ ଫ୍ରଫେସର ଭାବେ କାର୍ଯ୍ୟରତ ଥିବା ଜଣାଯାଇଛି। ତେବେ କୌଣସି କାରଣରୁ ବାପପୁଅଙ୍କ ମଧ୍ୟରେ ଗତକାଲି ରାତିରୁ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ଏହାପରେ ଗଣ୍ଡଗୋଳ ହେବା ପରେ ନିଜ ହିତାହିତ ଜ୍ଞାନ ହରାଇ ପୁଅ ବାପାକୁ ଛୁରୀଭୁସି ହତ୍ୟା କରିଥିବା ପଡ଼ୋଶୀଙ୍କ ସୂତ୍ରରୁ ପ୍ରକାଶ। ଖବର ପାଇ ମଞ୍ଚେଶ୍ୱର ପୁଲିସ୍‌ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ଏଥିସହ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌ ।

Leave A Reply

Your email address will not be published.