ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତ୍ତି : ଏଣିକି ଶ୍ରୀମନ୍ଦିରର ସ୍ଥାବର ସମ୍ପତିକୁ ବିକ୍ରି ପାଇଁ ଦରକାର ପଡ଼ିବନି ସରକାରଙ୍କ ଅନୁମୋଦନ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତ୍ତି । ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ-୧୯୫୪ରେ ସଂଶୋଧନ କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି ।  ୨୦୨୨ରେ ଅନୁଷ୍ଠିତ ହୋଇଥିବା ପ୍ରଥମ କ୍ୟାବିନେଟ୍‌ରେ ଶ୍ରୀମନ୍ଦିର ଅଧିନିୟମ ସଂଶୋଧନ ପ୍ରସ୍ତାବ ଉପରେ ଲାଗିଛି ମୋହର। ଶ୍ରୀମନ୍ଦିର ଅଧିନ ଜମି ସଂପର୍କିତ ମାମଲାର ତୁରନ୍ତ ଫଇସଲା ପାଇଁ ସଂଶୋଧନ ପାଇଁ ନିଷ୍ପତ୍ତି ହୋଇଛି । ନିୟମ ଅନୁସାରେ ବିକ୍ରି, ଲଜ୍ ପାଇଁ ଅଧିକୃତ ପ୍ରଜାଙ୍କୁ ଅନୁମତି ଦରକାର ହେଉଥିଲା  କିନ୍ତୁ ବର୍ତ୍ତମାନ ଏହି ଅଧ୍ୟାଦେଶ ବଳରେ ସମସ୍ତ କ୍ଷେତ୍ରରେ ଆଉ ଅନୁମୋଦନ ଦରକାର ନାହିଁ । ଏହାଦ୍ୱାରା ଜଗନ୍ନାଥ ମନ୍ଦିରର ସ୍ଥାବର ସମ୍ପତିକୁ ବିକ୍ରି, ଲିଜ ଓ ମଡଗେଜ ଆକାରରେ ହସ୍ତାନ୍ତର କରିବା ପାଇଁ ଏଣିକି ସରକାରଙ୍କ ଅନୁମୋଦନ ଆବଶ୍ୟକ ପଡିବ ନାହିଁ । ପୂର୍ବରୁ ଏଥିପାଇଁ ରାଜ୍ୟ ସରକାରଙ୍କ ଅନୁମୋଦନ ଆବଶ୍ୟକ ପଡୁଥିଲା ।

ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ ୧୯୫୪ ଧାରା ୧୬-୨ ଅନୁସାରେ ଶ୍ରୀଜଗନ୍ନାଥ ମନ୍ଦିରର ସ୍ଥାବର ସଂପତ୍ତିକୁ ବିକ୍ରି, ଲିଜ୍‌ କିମ୍ବା ବନ୍ଧା ପକାଇବା ବେଳେ ହସ୍ତାନ୍ତର କରିବା ପାଇଁ ସରକାରଙ୍କ ପୂର୍ବ ଅନୁମୋଦନ ଦରକାର ପଡୁଥିଲା । କିନ୍ତୁ ଏଣିକି ଅଧ୍ୟାଦେଶ ବଳରେ ସବୁ କ୍ଷେତ୍ରରେ ସରକାରଙ୍କ ଅନୁମୋଦନ ଦରକାର ପଡିବ ନାହିଁ । ଅଧ୍ୟାଦେଶ ଆସିବା ପରେ ସେ ସମ୍ପର୍କିତ ନିୟମରେ ଆବଶ୍ୟକ ସଂଶୋଧନ କରାଯାଇଛି । ସରକାରଙ୍କ ବିନା ଅନୁମୋଦନରେ କେତେକ ସରକାରୀ ଅଧିକାରୀ, ଯେମିତି ମନ୍ଦିର କାର୍ଯ୍ୟକାରୀ ସଭାପତି, ମୁଖ୍ୟ ପ୍ରଶାସକ, ମନ୍ଦିର ପ୍ରଶାସକ, ଉପପ୍ରଶାସକ ପ୍ରମୁଖଙ୍କୁ ନିର୍ଦ୍ଦିଷ୍ଟ ପରିମିତ ଜମିର ହସ୍ତାନ୍ତରୀକରଣ ପାଇଁ କ୍ଷମତା ପ୍ରଦାନ କରାଯିବ ।

Leave A Reply

Your email address will not be published.