ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଧାନ ସମେତ ୧୭ଟି ଫସଲର ଏମଏସପି ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ବୁଧବାର ଧାନ ସମେତ ୧୭ଟି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଅର୍ଥାତ (ଏମଏସପି) ବୃଦ୍ଧି କରିଛନ୍ତି। କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର।

ସଚନା ଅନୁଯାୟୀ, ୨୦୨୨-୨୩ ଖରିଫ ଋତୁ ପାଇଁ ସରକାର ୧୭ଟି ଫସଲର ଏମଏସପି ବୃଦ୍ଧି କରିଛନ୍ତି । ସାଧାରଣ ଗ୍ରେଡ୍ ଧାନର ଏମଏସପି କ୍ବିଣ୍ଟାଲ ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ୨୦୪୦ ଟଙ୍କାରେ ପହଞ୍ଚିଛି । ସେହିପରି ଏ-ଗ୍ରେଡ ଧାନର ଏମଏସପି ୨୦୬୦ ଟଙ୍କାକୁ ବୃଦ୍ଧି ପାଇଛି।

ସେହିପରି, ଜଓ୍ବାର, ମକା, ମୁଗ, ହରଡ, ମାଣ୍ଡିଆ, ଚିନାବାଦାମ, ବିରି ଆଦି ଫସର ଏମଏସପି ମଧ୍ୟ ବୃଦ୍ଧି କରାଯାଇଛି ।

Leave A Reply

Your email address will not be published.