ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଡମ୍ପରକୁ ପଛପଟୁ ଧକ୍କା ଦେଲା କାର୍: ୨ମୃତ ଓ ୨ ଗୁରୁତର

ଭଦ୍ରକ: ଏନ୍ଏଚ୍ ୧୬ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଷ୍ଣୁପୁର ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିିଛି। ଡମ୍ପରକୁ ପଛପଟୁ ଏକ କାର୍ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳ ୨ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ରାଜ୍ୟର ମାନିକତାଲାରୁ ୪ ଜଣ ଏକ କାର ଯୋଗେ ପୁରୀ ଅଭିମୁଖେ ଯାଉଥିଲେ ।  ୧୬ ନମ୍ବର ଜାତୀୟ ରାଜପଥ ବିଷ୍ଣୁପୁର ଛକ ନିକଟରେ ଏକ ଡମ୍ପର ସହ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଗୁରୁତର ୪ ଜଣଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଭଦ୍ରକ ମେଡିକାଲ ରେ ଭର୍ତ୍ତି କରିଥିଲେ । ମେଡିକାଲରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସା ହେଉଛନ୍ତି । ଏମାନେ ପଶ୍ଚିମବଙ୍ଗରୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଅଭିମୁଖେ ଯାଉଥିବା ବେଳେ ଏଭଳି ଦୁର୍ଘଟଣାର ଶିକାର ହୋଇଥିଲେ। ଖବର ପାଇ ଧାମନଗର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ଜଣା ପଡି ନାହିଁ।

Leave A Reply

Your email address will not be published.