ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସିବିଏସଇ ଦଶମ ପରୀକ୍ଷା ବାତିଲ, ଦ୍ବାଦଶ ସ୍ଥଗିତ

ନୂଆଦିଲ୍ଲୀ: କରୋନା ପାଇଁ  ସିବିଏସଇ ଦଶମ ପରୀକ୍ଷା ବାତିଲ କରାଯାଇଥିବା ବେଳେ ଦ୍ବାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କରୋନା ସଂକ୍ରମଣ ବଢୁଥିବାରୁ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ଏ ନେଇ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି।

ସେପଟେ ବର୍ତ୍ତମାନ ପାଇଁ ସିବିଏସଇ ଯୁକ୍ତ ୨ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଜୁନ ୧ରେ ବୈଠକ ବସିବା ପରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ। ଯେବେ ପରୀକ୍ଷା ହେବ ତାର ୧୫ ଦିନ ପୂର୍ବରୁ ଛତ୍ରଛାତ୍ରୀଙ୍କୁ ଜଣାଇ ଦିଆଯିବ।  ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରେମେଶ ପୋଖରିଆଲ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି।


ବୋର୍ଡ ଦ୍ବାରା ନିର୍ଦ୍ଦାରିତ ପଦ୍ଧତିରେ ଦଶମ ଶ୍ରେଣୀ ରେଜେଲ୍ଟ ପ୍ରକାଶ ପାଇବ। ଯଦି ଏହି ରେଜେଲ୍ଟରେ ଛାତ୍ରଛାତ୍ରୀମାନେ ଅସନୁଷ୍ଟ ଥାନ୍ତି ତେବେ ସେମାନେ  ପରୀକ୍ଷା ଦେଇପାରିବେ।

Leave A Reply

Your email address will not be published.