ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।  ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୫ଦିନ ବର୍ଷା ଲାଗି ରହିବା ସମ୍ଭାବନା ରହିଛି। ଏଥି ପାଇଁ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଜଗପତି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Leave A Reply

Your email address will not be published.