ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସମ୍ଭାବନା, ୪୦ ରୁ ୫୦ କିମି ବେଗରେ ବହିବ ପବନ

ଭୁବନେଶ୍ବର : ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ତାରିଖ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ୨୪ଟି ଜିଲ୍ଲାରେ ବଜ୍ରପାତ, ବର୍ଷା ଓ ପବନ ସହ କାଳବୈଶାଖୀର ସମ୍ଭାବନା ରହିଛି।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ୨୪ ଘଣ୍ଟା ଭିତରେ ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା କୋରାପୁଟ, ରାୟଗଡା, ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ, ବୌଦ୍ଧ, କଳାହାଣ୍ଡି, ମାଲକାନାଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୨୪ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।


ଅନ୍ୟପଟେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଜାରି ସତର୍କ ସୂଚନା ଅନୁଯାୟୀ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡା, କନ୍ଧମାଳ, ମାଲକାନାଗିରି, ନବରଙ୍ଗପୁର ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ  ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୩ ଦିନ ମଧ୍ୟରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଯାହାଦ୍ୱାରା ବର୍ତ୍ତମାନ ତାପମାତ୍ରା ଜନିତ କଷ୍ଟରୁ ମୁକ୍ତି ମିଳିବାର ସମ୍ଭାବନା ବହୁତ କମ ଥିବା ଜଣାପଡ଼ିଛି। ତାପମାତ୍ର ବୃଦ୍ଧି ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିବା ସହ ଅନେକ ସ୍ଥାନରେ ଏହା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ତାପମାତ୍ରାର ସର୍ବାଧିକ ପ୍ରଭାବ ଦିନ ୧୧ ଟାରୁ ୩ ଟା ପର୍ଯ୍ୟନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ବାହାରକୁ ଗଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.