ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାରଠାରୁ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତାକାଲି ଅପରାହ୍ନରୁ ରାଜ୍ୟରେ ବର୍ଷା ସମ୍ଭାବନା। ବଙ୍ଗୋପସାଗର ଏବଂ ଆରବ ସାଗର ଆଡୁ ଓଡ଼ିଶା ଆଡକୁ ମୁହାଁଉଥିବା ଆଦ୍ରତାର ବୃଦ୍ଧି ଯୋଗୁଁ ଦିନର ତାପମାତ୍ରା ବୃଦ୍ଧି ପାଇବ ଯେଉଁ କାରଣରୁ ଝଡ଼ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବୁଧବାର ଅପରାହ୍ନରୁ ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ଏବଂ ଏହାର ସଂଲଗ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବ।

ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ସହ ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ମଧ୍ୟ ଝଡ଼ବର୍ଷା ଦ୍ବାରା ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏଭଳି ଭଳି ପାଣିପାଗ ସହ ପଶ୍ଚିମା ଝଡର ମିଶ୍ରଣ ଯୋଗୁଁ ଫେବୃଆରୀ ୨୬ ତାରିଖରୁ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ।ବର୍ତ୍ତମାନ ଆଫଗାନିସ୍ଥାନ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ପଶ୍ଚିମା-ଝଡ଼। ଏହାର ପ୍ରଭାବରେ ୨୪ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ତେବେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲ୍ଲାରେ ବିଜୁଳି ଘଡଘଡି ମାରିପାରେ। ୨୫ ତାରିଖରେ ପୁଣି ପଶ୍ଚିମ-ହିମାଳୟ ଅଞ୍ଚଳରେ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ଼। ଏହାର ପ୍ରଭାବରେ ୨୬ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୨୪ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।  ୨୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ ଓଡ଼ିଶାରେ ମଧ୍ୟ ଗୋଟିଏ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୫ ତାରିଖରେ ବିଜୁଳି ଓ ଘଡ଼ଘଡି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଫେବୃଆରୀ ୨୮ ଓ ମାର୍ଚ୍ଚ ୧ ତାରିଖକୁ ଛାଡ଼ିଦେଲେ ମାର୍ଚ୍ଚ ପ୍ରଥମ ସପ୍ତାହରେ ପୁଣିଥରେ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.