ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା : ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର :ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଶନିବାର ମଧ୍ୟରେ ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, ବଲାଙ୍ଗୀର ଏବଂ ସୋନପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ସନ୍ଧ୍ୟା ବେଳକୁ ଆକାଶ ଆଂଶିକ ମେଘାଚ୍ଛନ୍ନ ହେବାର ସମ୍ଭାବନା ରହିଛି ଏବଂ ବଜ୍ରପାତ ସହ ସାମାନ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ସେହିପରି ସର୍ବାଧିକ ଏବଂ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୩୩ ଓ ୨୦ ଡିଗ୍ରି ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟାରେ ବଲାଙ୍ଗୀରରେ ସର୍ବାଧିକ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୩.୦ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Leave A Reply

Your email address will not be published.