ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ଯରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି। ଏଥିସହ ତାଙ୍କୁ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ  ମିଳିଛି। କେନ୍ଦ୍ରୀୟ ଡେପୁଟେସରୁ ଅରବିନ୍ଦ ପାଢୀ ଫେରିଛନ୍ତି। ତାଙ୍କୁ କୃଷି ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ ମତ୍ସ ଓ ପ୍ରାଣୀସମ୍ପଦ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ମିଳିଛି। ସଞ୍ଜୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଥିବା ବେଳେ  ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ  ମିଳିଛି। ଅଶ୍ବଥି ଏସଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ମିଳିଛି।

Leave A Reply

Your email address will not be published.