ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ନୀତି ସବ୍‍ କମିଟି ଓ ଛତିଶା ନିଯୋଗ ବୈଠକ: ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ହେବ

ସ୍ନାନଯାତ୍ରା, ରଥଯାତ୍ରା ଓ ବାହୁଡ଼ା ଯାତ୍ରା ବ୍ୟବସ୍ଥାବଳୀ ଅନୁମୋଦନ ପାଇବ

ପୁରୀ: ଆଜି ଅନୁଷ୍ଠିତ ହେବ ନୀତି ସବ୍‍ କମିଟି ଏବଂ ଛତିଶା ନିଯୋଗ ବୈଠକ। ନୀଳାଦ୍ରି ଭକ୍ତ ନିବାସରେ ପୂର୍ବାହ୍ଣ ୧୧ଟାରେ ପ୍ରଥମେ ନୀତି ସବ୍‍ କମିଟି ବୈଠକ ବସିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ହେବ। ଏଥିସହ ସ୍ନାନଯାତ୍ରା, ରଥଯାତ୍ରା ଏବଂ ବାହୁଡ଼ା ଯାତ୍ରା ବ୍ୟବସ୍ଥାବଳୀ ଅନୁମୋଦନ କରାଯିବ।

ନୀତି ସବ୍‍ କମିଟି ପରେ ମଧ୍ୟାହ୍ନ ୧୨ଟାରେ ସମାନ ସ୍ଥାନରେ ଛତିଶା ନିଯୋଗ ବୈଠକ ବସିବ। ଏଥିରେ ଉକ୍ତ ନୀତି ଏବଂ ବ୍ୟବସ୍ଥାବଳୀ ଊପରେ ଆଲୋଚନା କରାଯାଇ ଅନୁମୋଦନ ଲାଭ କରିବ। ବିଶେଷକରି ରାଜେନ୍ଦ୍ରାଭିଷେକ, ଋକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି ପ୍ରବେଶ, ସେନାପଟା ଲାଗି, ଦେବସ୍ନାନ ପୂର୍ଣ୍ଣିମା, ଚକାବିଜେ, ଖଳିଲାଗି ଏକାଦଶୀ, ରାଜପ୍ରସାଦ ବିଜେ, ଘଣାଲାଗି ଓ ବନକଲାଗି, ନବଯୌବନ ଦର୍ଶନ, ରଥଯାତ୍ରା, ହେରାପଞ୍ଚମୀ, ସନ୍ଧ୍ୟା ଦର୍ଶନ, ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରବିଜେ ନୀତିକାନ୍ତି ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ଚୂଡ଼ାନ୍ତ ହେବ। ଯେହେତୁ ଦୁଇବର୍ଷ ପରେ ରଥଯାତ୍ରାରେ ଭକ୍ତ ସାମିଲ ହେବାକୁ ଯାଉଛନ୍ତି, ତେଣୁ ଏହାକୁ ଦୃଷ୍ଟିରେ ରଖି ନୀତିକାନ୍ତି କିପରି ନିର୍ଘଣ୍ଟ ସମୟରେ ସମ୍ପନ୍ନ ହେବ ତାହା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ, ଏସ୍‍ପିଙ୍କ ସମେତ ଛତିଶା ନିଯୋଗର କର୍ମକର୍ତ୍ତା ପ୍ରମୁଖ ଯୋଗଦେବେ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.