ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୁପ୍ରିମକୋର୍ଟକୁ ମିଳିଲେ ୫ ନୂଆ ବିଚାରପତି, ପ୍ରଧାନବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୁଡ କରାଇଲେ ଶପଥ ପାଠ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟକୁ ମିଳିଲେ ୫ ନୂଆ ବିଚାରପତି। ନବ ନିଯୁକ୍ତ ୫ଜଣ ବିଚାରପତିଙ୍କୁ ଆଜି ଭାରତର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ଶପଥ ପାଠ କରାଇଛନ୍ତି। ଏହି ନିଯୁକ୍ତି ସହିତ ସୁପ୍ରିମକୋର୍ଟରେ ଅନୁମୋଦିତ ୩୪ ଜଣ ବିଚାରପତି ପଦ ମଧ୍ୟରୁ ଏବେ ୩୨ଟି ପୂରଣ ହୋଇଯାଇଛି।


ଆଜି ଶପଥ ଗ୍ରହଣ କରିଥିବା ନୂଆ ବିଚାରପତିମାନେ ହେଲେ,ଜଷ୍ଟିସ୍‌ ପଙ୍କଜ ମିଥଲ୍‌, ଜଷ୍ଟିସ୍‌ ସଞ୍ଜୟ କରୋଲ୍‌, ଜଷ୍ଟିସ୍‌ ପି. ଭି. ସଞ୍ଜୟ କୁମାର, ଜଷ୍ଟିସ୍‌ ଅସାନୁଦ୍ଦୀନ ଅମନୁଲ୍ଲା ଏବଂ ଜଷ୍ଟିସ୍‌ ମନୋଜ ମିଶ୍ର। ଦୁଇ ଦିନ ପୂର୍ବେ କେନ୍ଦ୍ର ସରକାର ସେମାନଙ୍କୁ ନିଯୁକ୍ତି ଦେଇଥିଲେ। ଏଥିପାଇଁ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ଶନିବାର ଦିନ ବିଜ୍ଞପ୍ତି ଜାରି କରିଥିଲା। ତା’ପୂର୍ବରୁ ଗତବର୍ଷ ଡିସେମ୍ବର ମାସରେ ସୁପ୍ରିମ୍‌କୋର୍ଟର କଲିଜିୟମ୍‌ ଏହି ବିଚାରପତିମାନଙ୍କ ନାମ ସୁପାରିସ କରି କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଥିଲେ।

Leave A Reply

Your email address will not be published.