ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କର ଗଣମାଧ୍ୟମ ପରାମର୍ଶ ଦାତା ମାନସ ମଙ୍ଗରାଜ । ଗତକାଲି ମୁଣ୍ଡଳିରେ ଫସିଥିବା ହାତୀକୁ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ୍ ବୋଟରେ ଥିଲେ ଦୁଇ ଗଣମାଧ୍ୟମ ପ୍ରତିନିଧି । ବୋଟ୍ ଓଲଟି ପଡିବା ଯୋଗୁଁ ଭାସି ଯାଇଥିଲେ ଅରିନ୍ଦମ ଦାସ । ଆଉ ଦୁର୍ଭାଗ୍ୟବଶତଃ ଅରିନ୍ଦମଙ୍କ ଅକାଳ ବିୟୋଗ ହୋଇଥିଲା।

Leave A Reply

Your email address will not be published.