ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ମାଓବାଦୀ ବିଛାଇ ଥିବା ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ବିଟ୍‌ କରି ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ମୃତ୍ୟୁରେ ଶୋକପ୍ରକାଶ କରିବା ସହ ମାଓବାଦୀଙ୍କ ବିସ୍ଫୋରଣରେ ରୋହିତଙ୍କ ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଘଟଣାକୁ ନିନ୍ଦା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମାଓବାଦୀଙ୍କ ଦ୍ବାରା ବିଛା ଯାଇଥିବା ଲ୍ୟାଣ୍ଡମାଇନ୍ ବ୍ଲାଷ୍ଟରେ କଳାହାଣ୍ଡିର ସାମ୍ବାଦିକ ରୋହିତ ବିଶ୍ୱାଳ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ମାଓବାଦୀଙ୍କ ଏହି ହିଂସାକାଣ୍ଡକୁ ଦୃଢ଼ ଭାବେ ନିନ୍ଦା କରିବା ସହ ଏଥିରେ ସମ୍ପୃକ୍ତ ଥିବା ସମସ୍ତଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।


ଏହ ଘଟଣା ଜାଣିବା ପରେ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦେବା ନେଇ ଘୋଷଣା ମଧ୍ୟ କରିଥିଲେ। ରାଜ୍ୟ ପୁଲିସ ବିଭାଗ ପକ୍ଷରୁ ୯ ଲକ୍ଷ, ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଅନୁକମ୍ପା ରାଶି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏନେଇ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ କଳାହାଣ୍ଡି ଜିଲ୍ଲା କରଲାଖୁଣ୍ଟା ବ୍ରିଜରେ ନକ୍ସଲଙ୍କ ପୋଷ୍ଟର ଲାଗିଥିବା ଖବର ପାଇ ରୋହିତ ଆଜି ସେଠାକୁ ଖବର ସଂଗ୍ରହ ପାଇଁ ଯାଇଥିଲେ। ପୋଷ୍ଟରଟି ଏକ ଗଛରେ ଲାଗିଥିବା ବେଳେ ତଥ୍ୟ ସଂଗ୍ରହ ପାଇଁ ରୋହିତ ଉକ୍ତ ଗଛ ନିକଟକୁ ଯାଇଥିଲେ। ତେବେ ହଠାତ୍‌ ବିସ୍ଫୋରଣ ହେବାରୁ ଘଟଣାସ୍ଥଳରେ ହିଁ ମୃତ୍ୟୁବରଣ କରିଥିଲେ ରୋହିତ।

Leave A Reply

Your email address will not be published.