ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହିଞ୍ଜିଳି, ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ମିଳିମିଶି ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ଦେଲେ ପରାମର୍ଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି ।ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ହିଞ୍ଜିଳି ଓ ଶେରଗଡ଼ର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ । ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ଼ ଓ ହିଞ୍ଜିଳିକାଟୁ ବ୍ଲକର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ ।

Leave A Reply

Your email address will not be published.