ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୫ଦିନିଆ ନୂଆଦିଲ୍ଲୀ ଗସ୍ତ

ରାଜ୍ୟ ସ୍ୱାର୍ଥ ପ୍ରସଙ୍ଗରେ ଏକାଧିକ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାରଠାରୁ ୫ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଆସନ୍ତା ୩୦ ତାରିଖରେ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କୁ ନେଇ ହେବାକୁ ଥିବା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏହାର ଦିନକ ପୂର୍ବରୁ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‍ ରମନ୍ନାଙ୍କ ଅଧ୍ୟକ୍ଷତାରେ ଦେଶର ବିଭିନ୍ନ ରାଜ୍ୟ ସମସ୍ତ ହାଇକୋର୍ଟର ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶୁକ୍ରବାର ପୂର୍ବାହ୍ନରେ ଏକ କାର୍ଯ୍ୟକ୍ରମ ସାରିବା ପରେ ଅପରାହ୍ନ ୧ଟା ୨୦ ମିନିଟ୍‍ରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିବେ। ସେହିପରି ମେ’ ପହିଲାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ରଖାଯାଇନାହିଁ। ଏହାର ଗୋଟିଏ ଦିନ ପରେ ଅର୍ଥାତ ୨ତାରିଖରେ କେନ୍ଦ୍ର ସରକାରଙ୍କ ନିକଟରେ ପଡ଼ି ରହିଥିବା ରାଜ୍ୟ ସ୍ୱାର୍ଥ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ଆସନ୍ତା ୩ ତାରିଖ ଅପରାହ୍ନରେ ସେ ନୂଆଦିଲ୍ଲୀରୁ ପ୍ରତ୍ୟାବର୍ତ୍ତନ କରିବେ।

Leave a comment